Latest Odisha News

BREAKING NEWS

ରାଜ୍ୟର ଏହି ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଅପରାହ୍ନ ୪ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.