Latest Odisha News

BREAKING NEWS

ରାଜଧାନୀ ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଗଞ୍ଜାମ, କଳାହାଣ୍ଡି, ଗଜପତି, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ, କେନ୍ଦୁଝର, ଅନୁଗୁଳ, ନୟାଗଡ଼ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ସନ୍ଧ୍ୟା ୭.୩୦ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.