ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

Heavy Rain

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଯାଜପୁର କଟକ, ଖୋର୍ଦ୍ଧା, ଅନୁଗୁଳ,ଢେଙ୍କାନାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧମାଳ

ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ସନ୍ଧ୍ୟା ୬ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।