ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ ଏଭଳି ପାଗ ରହିବା ସମ୍ଭାବନା ରହିଛି। ଏଥିପାଇଁ ଥଣ୍ଡାର କମ୍ ରହିବ।
ଏହାସହ ଶୁକ୍ରବାର ଠାରୁ ଧୀରେଧୀରେ ରାତିରେ ପାରଦ ଖସିବା ସହ ଶୀତ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ମଙ୍ଗଳବାରଠାରୁ ପାଗ ମେଘୁଆ ଥିବାରୁ ରାତିରେ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ପାରିଲିଖିତ ହୋଇଛି। କେବଳ ସୋନପୁର କୁ ଛାଡି ରାଜ୍ୟର ସବୁ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ଉପରେ ରହିଛି ।
ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ ଗୁରୁବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି।
Comments are closed.