Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା: ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ କିଛି କିଛି ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଦିନ ମୟୁରଭଞ୍ଜ, ଦେବଗଡ଼, ବୌଦ୍ଧ ସୁନ୍ଦରଗଡ଼, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ଵର, ସୁନ୍ଦରଗଡ଼, ଦେବଗଡ଼, ସୋନପୁର ସମ୍ବଲପୁର, ବୌଦ୍ଧ, ମୟୂରଭଞ୍ଜ, ଝାରସୁଗୁଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟର ସାବଧାନ ରହିବାକୁ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ୨୩ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବନୁମାନ କରାଯାଇଛି।

Leave A Reply

Your email address will not be published.