Latest Odisha News

BREAKING NEWS

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ
। ବିଭାଗର ସୂଚନା ଅନୁଯାୟୀ, ଚଳିତ ବର୍ଷ ଯେତିକି ବର୍ଷା ହେବା କଥା ତାଠାରୁ ୧୨ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ, କିଛିଦିନ ଅନ୍ତରାଳେ ପୁଣି ଭିଜିବାକୁ ଯାଉଛି ରାଜ୍ୟ ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଅନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ହେଉଛି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ , ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଏବଂ ବୌଦ୍ଧ । ଏହିସବୁ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

ଅଗଷ୍ଟ ୪ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ସହ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.