Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ଆଶଙ୍କା: ଭୁବନେଶ୍ୱର ସମେତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର ସହ) ଆଦି ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ ଟା.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.