Latest Odisha News

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଦେବଗଡ଼, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ଼, ବୌଦ୍ଧ, ସୋନପୁର, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ, ଗଜପତି, ରାୟଗଡା ଏବଂ କୋରାପୁଟ ଆଦି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ବଜ୍ରପାତର ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲା ଗୁଡିକୁ ବିଭାଗ ପକ୍ଷରୁ ଦିନ ୧୦ ଟା ୩୦ମି.ରୁ ମଧ୍ୟାହ୍ନ ୧ ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.