Latest Odisha News

ପାଣିପାଗ ବିଭାଗର ସର୍ତକ ସୂଚନା: ଏହି ୭ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, ବାଲେଶ୍ଵର, ସୁନ୍ଦରଗଡ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସକାଳ ୫ଟାରୁ ଦିନ ୧୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.