Latest Odisha News

BREAKING NEWS

ପାଣିପାଗ ବିଭାଗର ସର୍ତକ ସୂଚନା: ଏହି ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୬ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କଟକ, ଖୋର୍ଦ୍ଧା, ବଲାଙ୍ଗୀର, ନୂଆପଡ଼ା, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ସୋନପୁର ଆଦି ଜିଲ୍ଲାରେ ମାଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏହାସହ ଗଞ୍ଜାମ, ଗଜପତି , କନ୍ଧମାଳ, ନୟାଗଡ଼,ଅନୁଗୁଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସକାଳ ୬ଟାରୁ ଦିନ ୯ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.