Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୩ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ଵର ଓ କଟକ ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି। ଏହିସବୁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସନ୍ଧ୍ୟା ୬ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.