Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ସମ୍ଭାବନା; ଓଡିଶାର ଏହି ୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସକାଳ ୫.୩୦ରୁ ସକାଳ ୮.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.