Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବରଗଡ଼ ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲାକୁ ବିଭାଗ ପକ୍ଷରୁ ସକାଳ ୭ ଟା ୧୫ ରୁ ଅପରାହ୍ନ ୧୨ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.