Latest Odisha News

BREAKING NEWS

୧୪ ଯାଏ ବର୍ଷା, ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା  ଓ କୁଆପଥର ବର୍ଷା ମଧ୍ୟ ହୋଇପା‌ରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ଚାଷ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଥିବା କେନ୍ଦ୍ର କହିଛି।

ଅଦିନିଆ ବର୍ଷା ପାଇଁ ୧୨ରୁ ୧୪ତାରିଖ ୩ ଦିନ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ୧୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ପଡ଼ିବ ।

୬୦ରୁ ୧୧୦ ମିମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ବି ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରିକୁ ବୃଦ୍ଧି ପାଇବ। ଶୀତ କମିବ। ପାଗ ମେଘୁଆ ରହିବ ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କେନ୍ଦ୍ର କହିଛି।

Leave A Reply

Your email address will not be published.