Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା: ଏହି ୯ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା ଓ ମାଲକାନଗିରି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସଦ୍ୟତମ ରିପୋର୍ଟ ଅନୁଯାୟୀ ବୁଧବାର ସନ୍ଧ୍ୟା ୭ ଟା ସୁଦ୍ଧା ରାଜ୍ୟର ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.