ଭୁବନୋଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା। ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ ନେଇ ସୂଚନା ମିଳିଛି। ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ସକାଳୁ ସକାଳୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷୁଛି ।
ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ଏକାଧିକ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ଢେଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତକାଲି ଠାରୁ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଗତକାଲି କଟକ, ଯାଜପୁର, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ହୋଇଥିଲା । ବର୍ଷା ସହ ଜୋରସୋର ପବନ ହୋଇଥିଲା । ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମା ଝଡ଼ ସହ ଟ୍ରପ ଲାଇନ ଯୋଗୁ ବର୍ଷା ହେବ। ବିଶେଷ କରି ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ।
Comments are closed.