Latest Odisha News

BREAKING NEWS

ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି ।

ଓଡ଼ିଶା ଉପକୂଳବର୍ତ୍ତି ବଙ୍ଗୋପସାଗରରେ ଲଘୁଚାପ ଘୂର୍ଣ୍ଣିଭୂତ ହେବା ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାର ପାଗ ମେଘୁଆ ରହିବା ସହିତ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି ।

ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ ବର୍ଷା ଜାରି ରହିବ ।

ତେବେ ବଙ୍ଗୋପସାଗରରେ ଅନୁଭୁତ ହୋଇଥିବା ଏହି ଲଘୁଚାପ ଯୋଗୁଁ ଅଗଷ୍ଟ ୪ ତାରିଖରୁ ଅଗଷ୍ଟ ୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କର୍ତ୍ତୃପକ୍ଷ କହିଛନ୍ତି ।

Leave A Reply

Your email address will not be published.