Latest Odisha News

BREAKING NEWS

୧୦ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

 

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.