Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ରାୟଗଡ, ଗଜପତି, କୋରାପୁଟ, ଯାଜପୁର, ନୂଆପଡା, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦କିମି. ବେଗରେ ବୋହିବା ସହ ସାମାନ୍ୟର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆହୁରି ମଧ୍ୟ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡିକୁ ସନ୍ଧ୍ୟା ୬ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.