Latest Odisha News

BREAKING NEWS

୧୩ରୁ ପୁଣି ବଢ଼ିବ ବର୍ଷା, ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ଓ ୧୨ ତାରିଖରେ ବର୍ଷା ପରିମାଣ ସାମାନ୍ୟ କମ୍ ରହିବ । ୧୩ରୁ ମୌସୁମୀ ପୁଣି ସକ୍ରିୟ ହେବ ଓ ବର୍ଷା ପରିମାଣ ବଢ଼ିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅଗଷ୍ଟ ୧୩ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଫଳରେ ୧୩ରୁ ପୁଣି ରାଜ୍ୟରେ ବର୍ଷା ବଢ଼ିବ ।

Leave A Reply

Your email address will not be published.