Latest Odisha News

BREAKING NEWS

ସାରା ରାଜ୍ୟରେ ଲାଗି ରହିଛି ବର୍ଷା, ଏହି ସବୁ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ସାରା ରାଜ୍ୟରେ ଲାଗି ରହିବ ବର୍ଷା । ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଗାମୀ ୩ ଦିନ ଯାଏଁ ଲାଗି ରହିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି ।

ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ସାରା ରାଜ୍ଯରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତିପ୍ରବଳ ବର୍ଷା ପାଇଁ ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ସେହିପରି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଆଗାମୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.