ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ଚଳିତ ଥର ରଜ ପର୍ବ ପାଳନ ଉପରେ ପ୍ରତିବନ୍ଧକ ଜାରି କରାଯାଇଛି। ଫଳରେ ‘ପହିଲି ରଜ’କୁ ଘରେ ରହି ସମସ୍ତେ ପାଳନ କରୁଛନ୍ତି।
ସୂଚନା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ଏକାଠି ରଜ ମହୋତ୍ସବ ପାଳନ ପାଇଁ ମିଳିନି ଅନୁମତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶାର ଗଣପର୍ବ ରଜର ଶୁଭେଚ୍ଛା ଜଣାଇଛନ୍ତି।
ଉଲ୍ଲେଖଯୋଗ୍ୟ, ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
Comments are closed.