Latest Odisha News

BREAKING NEWS

ରାଜାରାଣୀ ସଙ୍ଗୀତ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନାରେ ମନ୍ଦିର ପ୍ରାଙ୍ଗଣ ମୁଖରିତ

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ଆଜିଠାରୁ ତିନିଦିନ ଧରି କଳିଙ୍ଗ କଳାସ୍ଥାପତ୍ୟର ଚମତ୍କାର କଳାକୃତି ଏକାଦଶ ଶତାବ୍ଦୀ ନିର୍ମିତ ପ୍ରସିଦ୍ଧ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଛି । ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭାରତବର୍ଷରେ ଥିବା ଶାସ୍ତ୍ରୀୟ ତଥା ପାରମ୍ପରିକ ସଙ୍ଗୀତକୁ ଗୋଟିଏ ମଞ୍ଚରେ ପ୍ରଦର୍ଶନ କରାଇ ଆଗାମୀ ପିଢିର କଳାକାରମାନଙ୍କୁ ଆମର ଶାସ୍ତ୍ରୀୟ ସଙ୍ଗୀତ ପ୍ରତି ରୁଚି ବଢାଇବା ସହିତ ଏହି କଳାର ପ୍ରଚାର ପ୍ରସାର କରାଇବା । ଏହା ବ୍ୟତୀତ ମନ୍ଦିରମାଳିନୀ ଭୁବନେଶ୍ୱରରେ ରାଜାରାଣୀ ମନ୍ଦିର ପରି ଏକ ରମଣୀୟ ତଥା କମନୀୟ ସ୍ଥାପତ୍ୟ କଳାପୂର୍ଣ୍ଣ ମନ୍ଦିରକୁ ରାଜ୍ୟବାହାରୁ ତଥା ବିଦେଶରୁ ସଙ୍ଗୀତ ପ୍ରେମୀ ବିଧଗ୍ଧ ଶ୍ରୋତା ଓ ପର୍ଯ୍ୟଟକମାନଙ୍କୁ ଆକର୍ଷଣ କରାଇବା ।

????????????????????????????????????

ଆଜି ସନ୍ଧ୍ୟାର ପ୍ରଥମ ଶିଳ୍ପୀଥିଲେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କର୍ଣ୍ଣାଟକୀ ଶାସ୍ତ୍ରୀୟ ସଙ୍ଗୀତର ଗାୟୀକା ଡ଼. ଏସ. ସ୍ୱୋମ୍ୟାଙ୍କ ଦ୍ୱାରା କର୍ଣ୍ଣାଟକୀ ସଙ୍ଗୀତର ବିଭିନ୍ନ ରାଗ ଓ ତାଳକୁ ନେଇ ସଙ୍ଗୀତ ପରିବେଷଣ । ପ୍ରଥମ ଅର୍ଘ୍ୟରେ ରାଗ ହଂସଧ୍ୱନୀ ବାତାପି ଗଣପତି ଏବଂ ରାଗ ପୁର୍ବୀ କଲ୍ୟାଣୀ ମିଶ୍ର ଚମ୍ପୁ ତାଳ ସହିତ ବିଭିନ୍ନ ରାଗ ଓ ତାଳରେ ସଙ୍ଗୀତ ପରିବେଶଣ କରିଥିଲେ । ତାଙ୍କୁ ବେହେଲାରେ ପଣ୍ଡିତ ଅମ୍ବର ଏସ କାନନ, ମୃଦଙ୍ଗମ୍‍ରେ ପଣ୍ଡିତ ପି ଶୁବ୍ରମନ୍ୟମ ଏବଂ ଜଞ୍ଜିରାରେ ପଣ୍ଡିତ କେ ଗୋପାଲ କ୍ରିଷ୍ଣନ ସହଯୋଗ କରିଥିଲେ ।

????????????????????????????????????

ସନ୍ଧ୍ୟାର ଦ୍ୱିତୀୟ କାର୍ଯ୍ୟକ୍ରମ ଥିଲା କୌଳାସ ପାତ୍ରଙ୍କ ଦ୍ୱାରା ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଉପରେ ବେହେଲା ବାଦନ । ବିଭିନ୍ନ ରାଗ ଓ ତାଳକୁ ନେଇ ତାଙ୍କର ବେହେଲା ବାଦନ ବେଶ ହୃଦୟସ୍ପର୍ଷି ଥିଲା । ତାଙ୍କୁ ତାନପୁରାରେ  କଳ୍ପନା ଓ ତବଲାରେ ପଣ୍ଡିତ ରାମଦାସ ପଲସୁଲେ ।

ଆଜି ସନ୍ଧ୍ୟାର ଅତିଥିମାନେ ଥିଲେ ମାନ୍ୟବର ପର୍ଯ‎୍ୟଟନ, ଓଡ଼ିଆ ଭାଷା, ସାହିତ‎୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ; ଓଡ଼ିଶା ପର୍ଯ‎୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର; ଗୃହ ଓ ନଗର ଉନ୍ନୟନ ବିଭାଗର ଶାସନ ସଚିବ  ଜି. ମାଥିଭାତନମ; ପର୍ଯ‎୍ୟଟନ ବିଭାଗର ନିର୍ଦ୍ଦେଶକ  ସଚିନ ରାମଚନ୍ଦ୍ର ଯାଦବ । କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଡ଼. ସଙ୍ଗୀତା ଗୋସାଇଁ ଏବଂ ଅନୁଜା ତାରିଣୀ ମିଶ୍ର । ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଧ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.