Latest Odisha News

BREAKING NEWS

ଶ୍ରୀଜିଉଙ୍କ ରାଜପ୍ରାସାଦ ବିଜେ ନୀତି

ପୁରୀ  : ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି | ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ | ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା |

ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିର ରୁ ଶ୍ରୀନହରକୁ ବିଜେ କରିବେ |

Leave A Reply

Your email address will not be published.