Latest Odisha News

BREAKING NEWS

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ୩ ଜଣ ପ୍ରାର୍ଥୀ ସୋମବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଆଜି ବିଧାନସଭା ମିଟିଂ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡି ପକ୍ଷରୁ ୨ ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର ଦାଖଲ କରିଥିଲେ।

 

ସେହିପରି ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଥିବା ନେଇ ଜଣାପଡିଛି । ଆହୁରି ମଧ୍ୟ ବିଜେପିର ଏହି ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ପ୍ରଦାନ କରୁଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.