Latest Odisha News

BREAKING NEWS

ରାଜ୍ୟ ସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ ।

ଏହାପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧାନସଭା ସଚିବାଳୟକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି ।

ଚିଠିରେ ଉଲ୍ଲେଖ ରହିଛି ଯେ, ରାଜ୍ୟସଭାରେ ୨୦୨୬ ଏପ୍ରିଲରେ ଅବସର ଗ୍ରହଣ କରୁଥିବା ସଦସ୍ୟମାନଙ୍କ ଯୋଗୁଁ ୧୦ଟି ରାଜ୍ୟରୁ ମୋଟ୍ ୩୭ଟି ଆସନ ଖାଲି ହେବ । ମହାରାଷ୍ଟ୍ରର ୭ ଆସନ ଖାଲି ହେବାକୁ ଥିବାବେଳେ, ତାମିଲନାଡୁ ଓ ବିହାରର ୬ଟି, ସେହିପରି, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ, ଓଡ଼ିଶାରେ ୪ଟି, ଆସାମର ୩ଟି, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ହିମାଚଳ ପ୍ରଦେଶର ସବୁଠୁ କମ୍ ମାତ୍ର ଗୋଟିଏ ଆସନ ଖାଲି ହେବ ।

 


ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ଣ୍ଣିଂ ଅଫିସର ଏବଂ ସହାୟକ ରିଟର୍ଣ୍ଣିଂ ଅଫିସରଙ୍କର ନିଯୁକ୍ତି ପାଇଁ ପ୍ରସ୍ତାବ ମାଗାଯାଇଛି । ଏହି ପ୍ରସ୍ତାବରେ ଅଧିକାରୀମାନଙ୍କର ଟେଲିଫୋନ୍ ନମ୍ବର, ମୋବାଇଲ୍ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇ-ମେଲ୍ ଆଇଡି ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ । ଏହା ସହିତ ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟବହାର ହେବାକୁ ଥିବା ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ମଧ୍ୟ ବିସ୍ତୃତ ସୂଚନା ଦେବାକୁ କୁହାଯାଇଛି ।

Leave A Reply

Your email address will not be published.