Latest Odisha News

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ଆଜି ଅପରାହ୍ନରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିବା ନେଇ ଭୁବନେଶ୍ବର ଏମସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଗତ ୨୨ ତାରିଖରେ ଏମସରେ ଭର୍ତ୍ତି ହୋଇଥିଲେ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ହେଲେ ଆଜି ତାଙ୍କର ପରଲୋକ ହୋଇଛି ।

ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମବିଭୂଷଣରେ ସମ୍ମାନୀତ ହୋଇଛନ୍ତି ରଘୁନାଥ ମହାପାତ୍ର । ପୁରୀ ପଥୁରିଆ ସାହିରେ ୧୯୪୩ ମସିହା ମାର୍ଚ୍ଚ ୨୪ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ରଘୁନାଥ ମହାପାତ୍ର । ୧୪ ଜୁଲାଇ ୨୦୧୮ରେ ରାଜ୍ୟସଭାକୁ ସେ ନିର୍ବାଚିତ ହୋଇଥିଲେ । ୧୯୭୫ରେ ପଦ୍ମଶ୍ରୀ, ୨୦୦୧ରେ ପଦ୍ମଭୂଷଣ ଓ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ ହେଇଥିଲେ ରଘୁନାଥ ମହାପାତ୍ର ।

Leave A Reply

Your email address will not be published.