ନୂଆଦିଲ୍ଳୀ: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପାଇଁ ଗଠନ ହୋଇଥିବା ଟ୍ରଷ୍ଟରେ ରହିବେ ୧୫ ଜଣ ସଦସ୍ୟ । ଏହି କମିଟିରେ ସର୍ବଦା ଜଣେ ଦଳିତ ସମାଜର ସଦସ୍ୟ ମଧ୍ୟ ରହିବେ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି । ବୁଧବାର ଅମିତ ଶାହା ଟ୍ୱିଟ୍ କରି ରାମ ମନ୍ଦିରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଥିବା ନିଷ୍ପତିକୁ ପ୍ରଶଂସା କରିଛନ୍ତି ।
ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଭାରତର ଆସ୍ଥା ଓ ଅତୁଟ ଶ୍ରଦ୍ଧାର ପ୍ରତିକର ଭବାନ ଶ୍ରୀରାମଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପାଇଁ ତାଙ୍କୁ ମୁଁ କୋଟି କୋଟି ଅଭିନନ୍ଦନ ଜଣାଉଛି । ଆଜିର ଏହି ଦିନ ସମଗ୍ର ଭାରତ ବର୍ଷ ପାଇଁ ଗୌରବର ଦିନ ବୋଲି ସେ କହିଛନ୍ତି ।
ଅମିତ ଶାହାଙ୍କ ପୂର୍ବରୁ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଟ୍ରଷ୍ଟ ଗଠନ କଥା ବୁଧବାର ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ସୁପ୍ରିମକୋର୍ଟ ରାମ ମନ୍ଦିର ମାମଲାରେ ରାୟ ଦେବାର ୮୭ ଦିନ ପରେ ଟ୍ରଷ୍ଟ ଗଠନ ହୋଇଛି । ସୂଚନାଯୋଗ୍ୟ ଯେ, ୯ ନଭେମ୍ବର ୨୦୧୯ରେ ରାମ ମନ୍ଦିର ମାମଲାର ରାୟ ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ । ରାୟ ଶୁଣାଣି ବେଳେ ମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ଏବଂ ମସଜିଦ ନିର୍ମାଣ ପାଇଁ ଅଯୋଧ୍ୟାର ଯେକୌଣସି ସ୍ଥାନରେ ୫ ଏକର ଜମି ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.