ନୂଆଦିଲ୍ଳୀ: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପାଇଁ ଗଠନ ହୋଇଥିବା ଟ୍ରଷ୍ଟରେ ରହିବେ ୧୫ ଜଣ ସଦସ୍ୟ । ଏହି କମିଟିରେ ସର୍ବଦା ଜଣେ ଦଳିତ ସମାଜର ସଦସ୍ୟ ମଧ୍ୟ ରହିବେ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି । ବୁଧବାର ଅମିତ ଶାହା ଟ୍ୱିଟ୍ କରି ରାମ ମନ୍ଦିରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଥିବା ନିଷ୍ପତିକୁ ପ୍ରଶଂସା କରିଛନ୍ତି ।
ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଭାରତର ଆସ୍ଥା ଓ ଅତୁଟ ଶ୍ରଦ୍ଧାର ପ୍ରତିକର ଭବାନ ଶ୍ରୀରାମଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପାଇଁ ତାଙ୍କୁ ମୁଁ କୋଟି କୋଟି ଅଭିନନ୍ଦନ ଜଣାଉଛି । ଆଜିର ଏହି ଦିନ ସମଗ୍ର ଭାରତ ବର୍ଷ ପାଇଁ ଗୌରବର ଦିନ ବୋଲି ସେ କହିଛନ୍ତି ।
ଅମିତ ଶାହାଙ୍କ ପୂର୍ବରୁ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଟ୍ରଷ୍ଟ ଗଠନ କଥା ବୁଧବାର ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ସୁପ୍ରିମକୋର୍ଟ ରାମ ମନ୍ଦିର ମାମଲାରେ ରାୟ ଦେବାର ୮୭ ଦିନ ପରେ ଟ୍ରଷ୍ଟ ଗଠନ ହୋଇଛି । ସୂଚନାଯୋଗ୍ୟ ଯେ, ୯ ନଭେମ୍ବର ୨୦୧୯ରେ ରାମ ମନ୍ଦିର ମାମଲାର ରାୟ ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ । ରାୟ ଶୁଣାଣି ବେଳେ ମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ଏବଂ ମସଜିଦ ନିର୍ମାଣ ପାଇଁ ଅଯୋଧ୍ୟାର ଯେକୌଣସି ସ୍ଥାନରେ ୫ ଏକର ଜମି ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।
BREAKING NEWS
- Men’s Hockey India League 2026: ଘରୋଇ ଗ୍ରାଉଣ୍ଡରେ କଳିଙ୍ଗ ଲାନସର୍ସର ବୃହତ ବିଜୟ, ଟପ୍ -୪ରେ ସ୍ଥାନ କଲା ପକ୍କା
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
Comments are closed.