Latest Odisha News

ବିଜେଡି ଛାଡିଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା

ଭୁବନେଶ୍ଵର: ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିକୁ ଝଟକା । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର ।

ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟ କରୁଥିଲେ ଏବଂ ୨୦୧୭ରେ ବିଜେଡିରେ ଯୋଗ ଦେଇଥିଲେ। ରାମଚନ୍ଦ୍ର ନବୀନ ପଟ୍ଟନାୟକଙ୍କ ପ୍ରଥମ ମନ୍ତ୍ରୀମଣ୍ଡଳରେ ଉପବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ।

ରାମଚନ୍ଦ୍ର ପଣ୍ଡା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୪୯ ମସିହା ଜୁନ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ରାମଚନ୍ଦ୍ର ପଣ୍ଡା । ତାଙ୍କ ବାପାଙ୍କ ନାମ ଗୋବିନ୍ଦ ପଣ୍ଡା ଓ ପତ୍ନୀଙ୍କ ନାମ ସୁଷମା ପଣ୍ଡା ।

 

 

Leave A Reply

Your email address will not be published.