Latest Odisha News

BREAKING NEWS

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାମନାଥ କୋବିନ୍ଦ, ୨୨ରେ ଯିବେ ପୁରୀ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ତାରିଖରୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨୨ ତାରିଖରେ ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ରାଉରକେଲା ଏବଂ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ସହ କୋଣାର୍କ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସର୍କିଟ ହାଉସରେ ଏକ ପ୍ରସ୍ତୁତି ବୈଠକ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ସାମିଲ ଅଛନ୍ତି । ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ଏଏସଆଇ ଅଧିକାରୀ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ, କୋଣାର୍କ ଏନ.ଏସି ଅଧିକାରୀ ମାନେ ବୈଠକରେ ଉପସ୍ଥିତ ଅଛନ୍ତି ।

Leave A Reply

Your email address will not be published.