Latest Odisha News

ପୁରୀରେ ରାମନବମୀ ଓ ଜେଉଡ଼ ଭୋଗ 

ପୁରୀ: ରାମନବମୀ ପୁରୀରେ ହର୍ଷ ଉଲ୍ଲାସରେ ପାଳନ କରାଯାଏ । ଏଥିନେଇ ଶ୍ରୀକ୍ଷେତ୍ର ଚଳଚଂଚଳ ହୋଇ ଉଠିଛି । ଶ୍ରୀଜଗନ୍ନାଥ ମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ି ଟେରା ବନ୍ଧା ହୋଇ ରୋଷରେ ସନ୍ଧ୍ୟାଧୂପ ଛେକ ଛାମୁକୁ ଆସିଥିଲା। ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟବିଜୟ ଦ୍ୱାର ବନ୍ଦ ହୋଇଥିଲା ।

ଟେରା ବନ୍ଧା ଯାଇ ଜେଉଡ଼ ଭୋଗ  ରୋଷରୁ ଆସି ବଲ୍ଲଭ ପିଣ୍ଡିଠାରେ ରଖା ଯାଇଥିଲା । ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ । ପାଣି ପଡ଼ି ଧୋପଖାଳ ପରେ ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହି ବନ୍ଦାପନାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ । ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା ।

Comments are closed.