Latest Odisha News

BREAKING NEWS

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଶ୍ରୀ ସ୍ବାଇଁ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ସେ କରୋନା ପଜିଟିଭ ଚିହ୍ନଟ ପରେ ଡାକ୍ତରଙ୍କ ପରାମର୍ଶରେ ହୋମ୍ ଆଇସୋଲେସନ୍ ରହିଛନ୍ତି।

ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ପରୀକ୍ଷା କରାଇବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି।

ଶ୍ରୀ ସ୍ୱାଇଁ ରାଜ୍ୟର ଷଷ୍ଠ ମନ୍ତ୍ରୀ ଯିଏକି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପୂର୍ବରୁ ଶୁକ୍ରବାର ଦିନ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Leave A Reply

Your email address will not be published.