Latest Odisha News

ଓଡ଼ିଶାରେ ପ୍ରଥମ ଥର ପାଇଁ ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର; ନୂଆ ଜୀବନ ପାଇଲା ୧୪ ମାସର ଶିଶୁ

ଭୁବନେଶ୍ୱର: ନୂଆଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ମହାପାତ୍ର କହିଛନ୍ତି ଯେ ୧୯୭୧ ମସିହା ଠାରୁ ଆଜି ପର୍ଯ୍ୟନ୍ତ AIIMSରେ ଏଭଳି ପ୍ରାୟ ୧୫୦ଟି ସର୍ଜରୀ ହୋଇଥିବା ବେଳେ ପ୍ରଥମ ଥର ପାଇଁ ଓଡ଼ିଶାରେ ଏପରି ବିରଳ ଅସ୍ତ୍ରୋପଚାର କରିଛନ୍ତି ।

ଏହି ବଂଶାନୁକ୍ରମିକ ତ୍ରୁଟିଳନିତ ବ୍ୟାଧି ପ୍ରତ୍ୟେକ ୩ ଲକ୍ଷ ଜନ୍ମିତ ଶିଶୁଙ୍କ ମଧ୍ୟରୁ ଜଣଙ୍କ ନିକଟରେ ଦେଖାଦେଇଥିବା ବେଳେ ଇଣ୍ଡୋନେସିଆ, ମାଲେସିଆ, ଥାଇଲ୍ୟାଣ୍ଡ ଏବଂ କାମ୍ବୋଡ଼ିଆ ଭଳି ଦକ୍ଷିଣ-ପୂର୍ବ ଏସିଆନ ଦେଶ ଗୁଡ଼ିକରେ ଅଧିକ ମାତ୍ରାରେ ଦେଖାଯାଉଛି । ଯଦିଓ ଭାରତରେ ଏହା ଖୁବ ବିରଳ ତେବେ ଉତ୍ତରପୂର୍ବ ଅଞ୍ଚଳ ରାଜ୍ୟ ଗୁଡ଼ିକରେ କେତେକ ଶିଶୁଙ୍କ କ୍ଷେତ୍ରରେ ଏହି ତୁଟି ଦେଖାଯାଉଥିବା ସେ କହିଛନ୍ତି ।

ପୂର୍ବରୁ ଏହି ସର୍ଜରୀ ବ୍ରେନ୍ ରିପେୟାର, ଅର୍ବିଟାଲ ରି-କନଷ୍ଟ୍ରକସନ୍ ଏବଂ ରାଳନୋପ୍ଲାଷ୍ଟି ଭଳି ତିନୋଟି ସ୍ତର ଦେଇ କରାଯାଉଥିବା ବେଳେ ୧ ୨ ରୁ ୧୪ ଘଣ୍ଟା ସମୟ ଲାଗୁଥିଲା । ତେବେ ବର୍ତ୍ତମାନ ଶୈଲ୍ୟ ବିଜ୍ଞାନ କ୍ଷେତ୍ରରେ ଅନେକ ଉନ୍ନତି ଘଟିଥିବାରୁ ଏହା ୩ ରୁ ୪ ଇଂଟା ମଧ୍ୟରେ ହୋଇପାରୁଛି ବୋଲି ପ୍ରଫେସର ମହାପାତ୍ର କହିଛନ୍ତି ।

ସର୍ଜରୀ ପରେ ଶିଶୁଟି ସୁସ୍ଥ ଥିବା ବେଳେ ପ୍ରଫେସର ମହାପାତ୍ରଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସାଇ ସତ୍ୟଜିତର ପିତାମାତା । ପୁଅ ଭଳ ହେବ ବୋଲି ଆଶା ନଥିଲା । ତାକୁ ନୂଆ ଜୀବନ ପ୍ରଫେସର ମହାପାତ୍ର ଦେଇଛନ୍ତି ବୋଲି କହିଛନ୍ତି ସାଲିର ବାପା ପ୍ରକାଶ ଦେହେରା ।

କେନ୍ଦ୍ରାପଡା ପାଟକୁରା ଅଂଚଳର ପ୍ରକାଶ ବେହେରା ଭୁବନେଶ୍ବର ପଟିଆ ଅଂଚଳରେ ରହୁଥିବା ବେଳେ ଖୁବ କଷ୍ଟ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି । ଏଥିସହିତ ଛୋଟ ପୁଅର ଏଭଳି ଅବସ୍ଥା ତାଙ୍କୁ ଅଧିକ ବ୍ୟଥିତ କରିଥିଲା । ତେଣୁ ପୁଅର ଚିକିତ୍ସା ପାଇଁ ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସାହାଯ୍ୟ ଲୋଡିଥିଲେ ପ୍ରକାଶ ।

ସବ୍ୟସାଚୀ ମଧ୍ୟ ତାଙ୍କୁ ତୁରନ୍ତ ସହାୟତାର ହାତ ବଢ଼ାଇ ଶିଶୁର ଅପେରସନ୍ ଓ ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିଥିଲେ ବୋଲି ଛୁଆର ବାପା ପ୍ରକାଶ କହିଛନ୍ତି ।

Comments are closed.