Latest Odisha News

ବିଗିଡିଲା ରତନ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭେଟେରାନ ଶିଳ୍ପପତି ତଥା ଟାଟା ସନ୍ସ ଚେୟାରମ୍ୟାନ୍ ରତନ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଲା। ସେ ମୁମ୍ବାଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ବୁଧବାର ଦିନ ରତନ ଟାଟା ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ତେବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି।

ଉଲ୍ଲେଖଯୋଗ୍ୟ, ଅକ୍ଟୋବର ୭ରେ ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ନାଭାଲ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରିବାକୁ ପଡିବ ବୋଲି ଚର୍ଚ୍ଚା ହୋଇଥିଲା।

ତେବେ ଯାହାପରେ ଏହାକୁ ଖଣ୍ଡନ କରିଥିଲେ ରତନ ଟାଟା। ଏଥିସହିତ ସେ କହିଥିଲେ ଯେ “ମୋର ଅସୁସ୍ଥତା ସମ୍ବନ୍ଧରେ ପ୍ରଚାରିତ ହେଉଥିବା ଗୁଜବ ବିଷୟରେ ମୁଁ ଅବଗତ ଅଛି। ସମସ୍ତଙ୍କୁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ଏହି ଦାବିଗୁଡ଼ିକ ଭିତ୍ତିହୀନ। ମୋର ବୟସ ଏବଂ ତତଜନିତ ମେଡିକାଲ ଚେକଅପ୍ ପାଇଁ ହେତୁ ମୁଁ ବର୍ତ୍ତମାନ ଡାକ୍ତରୀ ଯାଞ୍ଚ କରୁଛି।”

“ଚିନ୍ତା କରିବାର କୌଣସି କାରଣ ନାହିଁ। ତେବେ ଜନସାଧାରଣ ଏବଂ ଗଣମାଧ୍ୟମ ଭୁଲ ତଥ୍ୟ ବିସ୍ତାରରୁ ନିବୃତ୍ତ ରହିବାକୁ ସେ ଅନୁରୋଧ କରିଥିଲେ”।

Leave A Reply

Your email address will not be published.