ଭୁବନେଶ୍ୱର : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ ।
ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।
ଏହି ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ପ୍ରଦାନ କରିଛନ୍ତି ।
ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।#ରଥଯାତ୍ରା #RathaJatra pic.twitter.com/dPSbDKBk5z
— Naveen Patnaik (@Naveen_Odisha) July 4, 2019
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜନତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଟ୍ୱିଟ୍ କରିଛନ୍ତି ।
Best wishes to everyone on the special occasion of the Rath Yatra.
We pray to Lord Jagannath and seek his blessings for the good health, happiness and prosperity of everyone.
Jai Jagannath. pic.twitter.com/l9v36YlUQ5
— Narendra Modi (@narendramodi) July 4, 2019
ଆହୁରି ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ପବିତ୍ର ‘ରଥଯାତ୍ରା’ର ଶୁଭକାମନା ଜଣାଇଛନ୍ତି ।
Greetings and good wishes to fellow citizens on the auspicious occasion of Rath Yatra. May the blessings of Lord Jagannath bring peace, happiness and prosperity to everyone's lives #PresidentKovind
— President of India (@rashtrapatibhvn) July 4, 2019
Comments are closed.