Latest Odisha News

BREAKING NEWS

‘ରଥଯାତ୍ରା’ ଅବସରରେ ଶୁଭେଚ୍ଛା ଜଣାଇଲେ ନବୀନ, ମୋଦୀ ଓ ରାଷ୍ଟ୍ରପତି କୋବିନ୍ଦ

ଭୁବନେଶ୍ୱର : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ ।

ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।

ଏହି ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ପ୍ରଦାନ କରିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜନତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଟ୍ୱିଟ୍ କରିଛନ୍ତି ।

ଆହୁରି ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ପବିତ୍ର ‘ରଥଯାତ୍ରା’ର ଶୁଭକାମନା ଜଣାଇଛନ୍ତି ।

Leave A Reply

Your email address will not be published.