Latest Odisha News

BREAKING NEWS

‘ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ, ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ’

ନୂଆଦିଲ୍ଲୀ: କରୋନା କଟକଣା ପାଳନ କରି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନ ଲାଗି ଆଜି ସୁପ୍ରିମକୋର୍ଟ ଅନୁମତି ଦେବାପରେ ସବୁଆଡ଼େ ଆନନ୍ଦ ପ୍ରକାଶ ପାଇଛି । କୋର୍ଟଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତଶାହା । ଟ୍ଵିଟ କରି ଶାହା ଲେଖିଛନ୍ତି ଯେ ଆଜି ଆମ ସମସ୍ତଙ୍କ ପାଇଁ ବିଶେଷକରି ଓଡ଼ିଶାବାସୀଙ୍କ ପାଇଁ ଏକ ଖୁସିରଦିନ । ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ସବୁଆଡ଼େ ଆନନ୍ଦ ପ୍ରକାଶ ପାଇଛି । ଜୟ ଜଗନ୍ନାଥ !

ସେହିପରି ପୁରୀରେ ରଥଯାତ୍ରା ପାଇଁ ସପ୍ରିମକୋର୍ଟଙ୍କ ଅନୁମତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସାଢେ ୪ କୋଟି ଓଡିଆଙ୍କ ବିଜୟ ଏବଂ ସେମାନଙ୍କ ଦୃଢ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି । ସାଢେ ୪ କୋଟି ଓଡିଆ ଏବଂ ସାରା ବିଶ୍ୱରେ କୋଟି କୋଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତ ଭାବାବେଗକୁ ସମ୍ମାନ ଦେଇଥିବାରୁ ମାନ୍ୟବର ସୁପ୍ରିମକୋର୍ଟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗି ମଧ୍ୟ ସର୍ବୋଚ୍ଚ ନ୍ୟାୟାଳୟକୁ ଧନ୍ୟବାଦ ଜଣାଇଛନ୍ତି । ସମସ୍ତ ନୈରାଶ୍ୟ ଓ ଅନିଶ୍ଚିତତାର ସମାପ୍ତ ହୋଇଛି ବୋଲି ସେ କହିଛନ୍ତି ।

Leave A Reply

Your email address will not be published.