ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ଉଭଁରୀ ଯାତ୍ରା । ଏହି ଅବସରରେ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ ମହାପ୍ରଭୁଙ୍କ ଆଜ୍ଞା ମାଳ ରଥଖଳାକୁ ବିଜେ କରାଇଥିଲେ । ପରେ ଭୋଇ ସେବକମାନେ ତିନି ରଥର ଦୁଇଟି ଲେଖାଏଁ ଚକରେ ଗୋଟିଏ ଲେଖାଏଁ ଅଖ ସଂଯୋଗ କରିଥିଲେ ।

ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ । ଏହି ଅନ୍ତିମ ଦିନକୁ ଭଉଁରୀ ଯାତ୍ରା କୁହାଯାଉଥିବା ବେଳେ ଆଜିର ଦିନରେ ତିନି ରଥର ଚକ ଅଖ ଡେରା କାର୍ଯ୍ୟ ସମ୍ପର୍ଣ କରାଯାଇଥାଏ । ଉଭଁରୀ ଯାତ୍ରା ପାଇଁ ଶ୍ରୀମନ୍ଦିର ସମ୍ମୁଖ ଓ ନରେନ୍ଦ୍ର ପୁଷ୍କରିଣୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମୁତୟନ ହୋଇଛନ୍ତି ପାଞ୍ଚ ପ୍ଲାଟୁନ୍ ଫୋର୍ସ । ସେହିପରି ରଥଖଳାରେ କଡ଼ା ସୁରକ୍ଷା ଭିତରେ ନିର୍ମାଣ କାମ ଜାରି ରହିଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.