ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି ।

୭୯୬ ଖଣ୍ଡରୁ ଆଜି ପର୍ୟ୍ୟନ୍ତ ମୋଟ ୬୨ ଖଣ୍ଡ ବର୍ତମାନ ସୁଦ୍ଧା ପୁରୀରେ ପହଞ୍ଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ୟ୍ୟାୟ କ୍ରମେ ଆସିବ । ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି । ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ତାରିଖ ବୁଧବାର ଶ୍ରୀରାମ ନବମୀଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।
BREAKING NEWS
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
Comments are closed.