ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି ।

୭୯୬ ଖଣ୍ଡରୁ ଆଜି ପର୍ୟ୍ୟନ୍ତ ମୋଟ ୬୨ ଖଣ୍ଡ ବର୍ତମାନ ସୁଦ୍ଧା ପୁରୀରେ ପହଞ୍ଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ୟ୍ୟାୟ କ୍ରମେ ଆସିବ । ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି । ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ତାରିଖ ବୁଧବାର ଶ୍ରୀରାମ ନବମୀଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।
BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.