Latest Odisha News

BREAKING NEWS

ବିଶାଖାପାଟଣାରେ ମହାସମାରୋହରେ ରଥଯାତ୍ରା ଆୟୋଜିତ

ବିଶାଖାପାଟଣା : ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ପକ୍ଷରୁ ପବିତ୍ର ରଥଯାତ୍ରା ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଠାକୁରମାନଙ୍କର ଯଥା ରୀତି ପୂଜାର୍ଚ୍ଚନା ପରେ ପହଣ୍ଡି ବିଜେ କରାଯାଇଥିଲା।ପ୍ରଥମେ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ଦଣ୍ଡାୟମାନ ସୁନ୍ଦର ଓ ସୁସଜିତ ରଥ ଉପରକୁ ନିଆ ଯାଇଥିଲା। ପରେ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ରଥଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଭକ୍ତମାନେ ରଥଟିକୁ ଟାଣି ଟାଣି ୫କିଲୋମିଟର ଦୂରବର୍ତ୍ତୀ ଲସନସବେଠାରେ ଥିବା ମାଉସୀ ମା ମନ୍ଦିରକୁ ନେଇଥିଲେ।

ଚଳିତ ବର୍ଷ ଘୋଷଯାତ୍ରା ଆୟୋଜନ ରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ କରିଥିଲେ। ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ କରୁଣାକର ପାଢ଼ୀ ତଥା ସଦସ୍ୟ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।

 

Comments are closed.