ପୁରୀ: ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିବ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁଁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥା ରିତିରେ ଚାଲିବ।
ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।
୩ ମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି କାମ ଶେଷ କରିବାକୁ ଏଏସଅଇ ଲକ୍ଷ୍ୟ ରଖିଛି। ତେବେ ଏହା ପୂର୍ବରୁ କାମ ସାରିବାକୁ ଚେଷ୍ଟା କରାଯିବ। ମରାମତି କାମ ସରିବା ପରେ ଅଳଙ୍କାର ସବୁ ରତ୍ନଭଣାରକୁ ସ୍ଥାନାନ୍ତର କରାଯିବ। ଏହାପରେ ରତ୍ନ ଅଳଙ୍କାରର ଗଣତି ମଣତି କରାଯିବ ବୋଲି କହିଥିଲେ ଆଇନ ବିଭାଗ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
Comments are closed.