କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ କରୋନା ସଂକ୍ରମିତ ଚିହ୍ନଟ । ଦୁଇ ଦଇ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।
କୋଭିଡ୍ ସ୍ଥିତିରେ ସୁଧାର ପରେ ପରୀକ୍ଷା ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ତ୍ରିଲୋଚନ ମିଶ୍ର କହିଛନ୍ତି । କେବେ ହେବ ପରୀକ୍ଷା ନିଷ୍ପତ୍ତି ପାଇଁ ଆଜି ବସୁଛି ବୈଠକ । ଏବେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ପୂର୍ବରୁ ଭୁବନେଶ୍ୱର ସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରୁ(XIMB) କରୋନା ଆକ୍ରାନ୍ତ ବାହାରିଥିଲେ ।
Comments are closed.