ନୂଆଦିଲ୍ଲୀ: ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା କରି ସୁଧହାର ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୪ ପ୍ରତିଶତ ଓ ରିଭର୍ସ ରେପୋ ରେଟ୍ ୩.୩୫ ପ୍ରତିଶତରେ ଅପରିବର୍ତ୍ତିତ ରହିଛି । ଆଜି ରିଜର୍ଭ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷର ଶେଷ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଙ୍କ ଅଧ୍ୟକ୍ଷତାରେ ୬ ଜଣିଆ ସଦସ୍ୟ ବିଶିଷ୍ଟ ମୁଦ୍ରାନୀତି କମିଟି ସୁଧହାରରେ କୌଣସି ପରିବର୍ତ୍ତନ କରି ନାହାନ୍ତି । ଦେଶର ଜିଡିପି ୧୦ପ୍ରତିଶତ ରହିବା ନେଇ ଆକଳନ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ ।

ଗତ ୩ଟି ମୁଦ୍ରାନୀତି ବୈଠକରେ ସୁଧହାର ଅପରିବର୍ତ୍ତିତ ରହିବା ସହ ରେପୋରେଟ୍ ୪ ପ୍ରତିଶତ ଓ ରିଭର୍ସ ରେପୋରେଟ୍ ୩.୩୫ ପ୍ରତିଶତ ରହିଥିଲା । କରୋନା କାଳରେ ଗତବର୍ଷ ମେ’ ମାସରେ ରିଜର୍ଭ ବ୍ୟାଙ୍କ ଶେଷ ଥର ପାଇଁ ମୁଦ୍ରାନୀତିରେ ପରିବର୍ତ୍ତନ କରିଥିଲା । ଅର୍ଥନୀତି ଦୋହଲି ଯାଇଥିବା ବେଳେ ଏହାକୁ ଟ୍ରାକକୁ ଆଣିବା ପାଇଁ ସରକାର ପ୍ରୟାସ ଜାରି ରଖିଛନ୍ତି । ତେବେ ବର୍ଦ୍ଧିତ ମୁଦ୍ରାସ୍ଫୀତି ଚିନ୍ତାଜନକ ରହିଛି । ଏଭଳି ସ୍ଥିତିରେ ଆରବିଆଇ ମୁଦ୍ରାନୀତି ସମୀକ୍ଷା କରି କଣ ନିଷ୍ପତ୍ତି ନେବା ତାଉପରେ ସମସ୍ତଙ୍କର ନଜର ରହିଥିଲା ।
BREAKING NEWS
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
Comments are closed.