ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।
ଆଗାମୀ ୩ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସେପଟେ ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନାର ରହିଛି । ର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।
Comments are closed.