Latest Odisha News

BREAKING NEWS

ପ୍ରବଳ ବର୍ଷା ସମ୍ଭାବନା: ୧୦ ଜିଲ୍ଳାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟାରେ ଅବପାତର ରୂପ ନେବ ଉତର ଉତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ । ଏବେ ଏହା ପଶ୍ଚିମଦିଗରେ ଗତି କରିଛି । ଏହା ପ୍ରଭାବରେ  ଆଜି ଓ ଆସନ୍ତାକାଲି ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି । ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରଯାଇଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର, ସମ୍ବଲପୁର, ଝାରସୁଗୁଡା ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଭୂସ୍ଖଳ ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦେଶ ।

ଏହାସହ  ୯ ଜିଲ୍ଲାକୁ ଅରେଂଜ ୱାର୍ଣିଂ ଜାରି କରିଛନ୍ତି ରାଜ୍ୟ ସରକାର । ଆଜି ଓ କାଲି ପ୍ରବଳ ବର୍ଷା ପରେ ୨୧ରୁ ବର୍ଷା କମିବ । ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିପାରେ । ଏନେଇ ତଳିଆ ଅଂଚଳର ଲୋକଙ୍କୁ ସତର୍କ କରାଯିବା ସହ ଜିଲ୍ଳାପାଳ ମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି ଭାରତୀୟ ପାଣିପାଗ ବିଭାଗ ।

Leave A Reply

Your email address will not be published.