Latest Odisha News

BREAKING NEWS

Delhi Blast: ଲାଲକିଲ୍ଲା ବିସ୍ଫୋରଣ ଘଟଣା, ୨ ଜଣଙ୍କୁ ଉଠାଇନେଲା ଦିଲ୍ଲୀ ପୋଲିସ

ଭୁବନେଶ୍ୱର: ଦିଲ୍ଲୀ କାର୍ ବୋମା ବିସ୍ଫୋରଣ ଘଟଣାରେ ତଦନ୍ତ ଜାରି ରହିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ମୋବାଇଲ୍ ସିମ୍ ଯାଜପୁର ଓ ଭଦ୍ରକରୁ କିଣାଯାଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ପୋଲିସ ଏ ସଂପର୍କରେ ଖୋଳତାଡ଼ ଜାରି ରଖିଥିଲା । କାଲି ରାତିରେ ଯାଜପୁର ଓ ଭଦ୍ରକ ମଞ୍ଜୁରୀରୋଡ୍ ବଜାରରେ ଚଢ଼ଉ କରି ୨ ଜଣ ମୋବାଇଲ୍ ଦୋକାନୀଙ୍କୁ ଉଠାଇ ନେଇଛି ଦିଲ୍ଲୀ ସାହିନବାଗ ଥାନା ପୋଲିସ ।

ମଞ୍ଜୁରୀରୋଡ୍ ବଜାରରେ ମୋବାଇଲ୍ ଦୋକାନ କରିଥିବା ସନ୍ତୋଷ ଖଣ୍ଡେଇ ଓ ତାଙ୍କ ସହଯୋଗୀ ତରାଗୋ ଅଞ୍ଚଳର ମହେଶ୍ବର ପୁଣ୍ଟିଆଙ୍କୁ ଦିଲ୍ଲୀ ପୁଲିସ ବନ୍ତ ଥାନାକୁ ଆଣି ପଚରାଉଚରା କରିଥିଲା । ପରେ ଉଭୟଙ୍କୁ ଭଦ୍ରକ କୋର୍ଟରେ ହାଜର କରି ଦିଲ୍ଲୀ ସାହିନବାଗ ପୋଲିସ ରିମାଣ୍ଡରେ ନେଇଯାଇଛି ।

ଯାଜପୁର କୋରେଇ ଥାନା ଅଞ୍ଚଳର ବହୁ ବେକାର ଯୁବକଙ୍କୁ ଏ ଦୁହେଁ ସେମାନଙ୍କ ଦୋକାନରୁ ସିମ୍ କିଣିବାକୁ ପ୍ରଲୋଭିତ କରୁଥିଲେ । ପ୍ରତି ସିମ୍ ପାଇଁ ୨ରୁ ୩ ହଜାର ପର୍ଯ୍ୟନ୍ତ ଟଙ୍କା ଦେଉଥିଲେ । ଆକ୍ଟିଭ୍ ହୋଇଥିବା ଅନ୍ୟ ସିମ୍ ଗୁଡ଼ିକୁ ଉଚ୍ଚ ଦାମରେ ବେନାମୀ ଲୋକଙ୍କୁ ବିକ୍ରୟ କରାଯାଉଥିଲା ଏବଂ ଏହି ସିମ୍ କାର୍ଡଗୁଡ଼ିକୁ ଅପରାଧିକ କାର୍ଯ୍ୟରେ ବ୍ୟବହାର କରାଯାଉଥିଲା । ଉଭୟଙ୍କ ଆକାଉଣ୍ଟରେ ବିପୁଳ ଟଙ୍କାର କାରବାର ହୋଇଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି ।

Leave A Reply

Your email address will not be published.