Latest Odisha News

BREAKING NEWS

କାଳବୈଶାଖୀ ବର୍ଷା ନେଇ ଆଜି ଏହି ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ଆହୁରି ୪ ଦିନ ଲାଗି ରହିବ ଏଭଳି ସ୍ଥିତି

ଭୁବନେଶ୍ବର: ରାଜ୍ୟରେ ଏବେ ଲାଗି ରହିଛି କାଳବୈଶାଖୀ ବର୍ଷା । ଯାହା କେତେ ମାତ୍ରାରେ ଖରା ତାତିରୁ ଆଶ୍ବସ୍ତି ଆଣିଛି । ସୋମବାର ପ୍ରାୟତଃ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏନେଇ ଦୁଇଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କନ୍ଧମାଳ ଓ ଗଜପତି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ବିଶେଷକରି ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ ଆଦି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି । ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଯାଜପୁର, କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି ।

ତେବେ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ଏଥିପାଇଁ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେଇଥିବା ସୂଚନା ଦିଆଯାଇଛି ।

ରବିବାର ରାଜ୍ୟର ୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୪.୫ ଡିଗ୍ରୀ ଏବଂ ଖୋର୍ଦ୍ଧାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୬.୫ ଡିଗ୍ରୀ ରହିଥିଲା। ନୟାଗଡ଼ରେ ସର୍ବାଧିକ ତାପମାତ୍ରା ୩୯.୭ ଡିଗ୍ରୀ, ଟିଟିଲାଗଡ଼ ଓ ନୂଆପଡ଼ା ୩୯.୫, ବଲାଙ୍ଗୀରରେ ୩୯ ଡିଗ୍ରୀ ରେକର୍ଡ ହୋଇଥିଲାବେଳେ ଗୋପାଳପୁରରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ୩୧.୯ ଡିଗ୍ରୀ ରହିଥିଲା ।

Leave A Reply

Your email address will not be published.