Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏହା ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୋନପୁର, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ରାଜ୍ୟର ବିଭନ୍ନ ଜିଲ୍ଲାରେ ବର୍ଷା ୧୨ ତାରିଖ ଯାଏ ଲାଗି ରହିବ । ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର । ସମୁଦ୍ରରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୧୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ବାରଣ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.